Dailyhunt
ରତ୍ନଭଣ୍ଡାର ଗଣତି, ମନ୍ଦିର ଭିତରକୁ ଗଲେ ସ୍ପେଶାଲ ଟିମ୍

ରତ୍ନଭଣ୍ଡାର ଗଣତି, ମନ୍ଦିର ଭିତରକୁ ଗଲେ ସ୍ପେଶାଲ ଟିମ୍

ODIASpotNEWS 3 weeks ago

ପୁରୀ: ରତ୍ନଭଣ୍ଡାର ଗଣତିମଣତି ପାଇଁ ଶ୍ରୀମନ୍ଦିରରେ ପ୍ରବେଶ କଲା ସ୍ୱତନ୍ତ୍ର ଟିମ୍। ଜଷ୍ଟିସ ବିଶ୍ୱନାଥ ରଥ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ପ୍ରବେଶ କରିଛନ୍ତି। ଆଜିଠାରୁ ଶ୍ରୀଜିଉଙ୍କ ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତି ମଣତି ଆରମ୍ଭ ହେବ। ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ ଗଣତି।

ଏହାପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଗଣତି ଚାଲିବ।

ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ରହିବ। ବାହାର କାଠ ନିକଟରୁ ଦର୍ଶନ କରିବେ ଶ୍ରଦ୍ଧାଳୁ। ପରବର୍ତ୍ତୀ ଗଣତି ଦିନଗୁଡ଼ିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ। ବାହାର ଭଣ୍ଡାରର ଗଣତି କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି।

ବିଶେଷ କରି ସୁନାବେଶ, ରାଜରାଜେଶ୍ୱର ବେଶରେ ବିଭୂଷିତ ହେଉଥିବା ସୁବର୍ଣ୍ଣ ଅଳଙ୍କାର ବାହାର ଭଣ୍ଡାରରେ ରହିଛି। ତେଣୁ ଏହାର ଗଣତି ଅଧିକ ଦିନ ଚାଲିପାରେ। ଗଣତି ଅଳଙ୍କାରର 3D ମ୍ୟାପିଂ, ଫଟୋଗ୍ରାଫି, ଭିଡିଓଗ୍ରାଫି ବି କରାଯିବ। ପରେ ମଣତି ଭଣ୍ଡାର ମେକାପଙ୍କୁ ଦିଆଯିବ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS