ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବିଶ୍ୱରେ ଦ୍ରୁତଗତିରେ ଶିକ୍ଷା ବ୍ୟବସ୍ଥାରେ ପରିବର୍ତନ ହେଉଥିବା ବେଳେ ବର୍ତମାନ ପରିସ୍ଥିତିରେ ଶିକ୍ଷା ଗ୍ରହଣ ପ୍ରକ୍ରିୟାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ୍ ଶିଳ୍ପରେ କିଭଳି ପଦକ୍ଷେପ ନିଆଯିବା ଦରକାର ସେ ବିଷୟରେ ଏକ ଭର୍ଚୁଆଲ୍ ଲେକ୍ଚର ସିରିଜି୍ରେ ଆଲୋଚନା କରାଯାଇଛି । ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ପକ୍ଷରୁ ଏହି ଭର୍ଚୁଆଲ୍ ଲେକ୍ଚର ସିରିଜ୍ ଆୟୋଜିତ ହୋଇଯାଇଛି। କୋଭିଡ-୧୯ ମହାମାରୀ ସମୟରେ ବଂଚିବା ନିମନ୍ତେ ଜରୁରୀ ହୋଇପଡ଼ୁଥିବା ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି "କନେକ୍ଟ ଟୁ ଲର୍ନ" ଶୀର୍ଷକ ଲେକ୍ଚର ସିରିଜ୍ ଅନୁଷ୍ଠିତ ହୋଇଥିଲା । ପ୍ରଥମ ଲେକ୍ଚରର ବିଷୟବସ୍ତୁ ଥିଲା " କ୍ୟାରିୟର୍ ପ୍ରୋଗ୍ରେସନ୍ ଇନ୍ ହସ୍ପିଟାଲିଟି ଇଣ୍ଡଷ୍ଟ୍ରୀ" ଅର୍ଥାତ୍ ହୋଟେଲ୍ ଶିଳ୍ପରେ କ୍ୟାରିୟରରେ ଅଗ୍ରଗତି ।