Tuesday, 11 Aug, 2.55 am ଓଡ଼ିଶା ଫାଷ୍ଟ

ହୋମ
ରାଜ୍ୟରେ ସୁସ୍ଥ ହେଲେ ୧୨୩୬ ଜଣ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟର ୨୩ଟି ଜିଲ୍ଲାରୁ ୧୨୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୩୩,୦୨୦ରେ ପହଞ୍ଚିଛି।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ୧୮୨ଜଣ, ରାୟଗଡ଼ା ଜିଲ୍ଲାରୁ ୮୩ଜଣ, କନ୍ଧମାଳ ଜିଲ୍ଲାରୁ ୭୪ଜଣ, ମାଲକାନଗିରି ଜିଲ୍ଲାରୁ ୫୧ଜଣ, ଅନୁଗୁଳ ଜିଲ୍ଲାରୁ ୩୯ଜଣ, କୋରାପୁଟ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୩୪ଜଣ ଓ ଜଗତସିଂହପୁର ଜିଲ୍ଲାରୁ ୩୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ଯାଜପୁର ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଆଜି ଜଣେ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Odisha Fast
Top