ଭୁବନେଶ୍ବର, ୨୬/୦୭ : ପଛକୁ ପଛ ଲଘୁଚାପ । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର । ଆଗାମୀ ଦୁଇ ଦିନ ଭିତରେ ଆହୁରି ଘନୀଭୂତ ହେବ । ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।ରାଜଧାନୀରେ ଗତକାଲି ରାତିରୁ ଲଗାଣ ବର୍ଷା ଲାଗି ରହିଛି ।
ଦୁଇ ଦିନ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଜାରି ହୋଇଛି ରେଡ ଆଲର୍ଟ । ଏହି ୭ ଜିଲ୍ଲା ହେଉଛି କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର ଓ କଟକ । ଏହି ଜିଲ୍ଲା ମାନଙ୍କରେ ସ୍ଥାନେ ସ୍ଥାନେ ଅତି ଭୀଷଣ ବର୍ଷା ସମ୍ଭାବନା ରହିଛି ।
୧୦ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଲଘୁଚାପ ପ୍ରଭାବରେ ଅଶାନ୍ତ ରହିବ ସମୁଦ୍ର । ୨୭ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆଗାମୀ ୨୯ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିବ ।

