ଭୁବନେଶ୍ୱର, ୦୨/୦୭ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ତ୍ରୁଟିଶୂନ୍ୟ କରିବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ପୁରୀରେ ଭିଡ଼ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସରକାର ଆଉ ୧୯୫ ଜଣ ଓଡ଼ିଶା ପ୍ରଶାସନିକ ସେବା (OAS-A, ଜୁନିୟର ବ୍ରାଞ୍ଚ) ଏବଂ ଓଡ଼ିଶା ରାଜସ୍ୱ ସେବା ଅଧିକାରୀଙ୍କୁ ଏକ୍ସିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତି ଦେଇଛନ୍ତି ।
ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାପୂର୍ବରୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୨୩ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ମଧ୍ୟ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ପ୍ରଦାନ କରାଯାଇଥିଲା ।

