Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୨୯ ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: ଓଡ଼ିଶାକୁ ମାଡ଼ି ଆସୁଛି ବଡ ବର୍ଷା

୨୯ ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: ଓଡ଼ିଶାକୁ ମାଡ଼ି ଆସୁଛି ବଡ ବର୍ଷା

Odisha News Lens 1 week ago

ଭୁବନେଶ୍ୱର : ପୁଣି ଉତ୍ତର ଓଡ଼ିଶାକୁ ମାଡ଼ି ଆସୁଛି ବଡ ବର୍ଷା। ଆସନ୍ତା ୨୯ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବାଲେଶ୍ବର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଉପକୂଳ ଓଡ଼ିଶା ସହିତ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ଦୁଇଟି ଜିଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens