Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୩ରେ ରାଜ୍ୟ କ୍ୟାବିନେଟ୍‌

୩ରେ ରାଜ୍ୟ କ୍ୟାବିନେଟ୍‌

Odisha News Lens 3 weeks ago

ଭୁବନେଶ୍ୱର: ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା ୬ଟା ୩୦ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ରେ ୯ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।

ସୂଚନା ଅନୁଯାୟୀ, ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ ସୂଚୀ ସଂକ୍ରାନ୍ତରେ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ଅବଗତ କରାଯାଇଛି। ଏଥିରେ ପୂର୍ତ୍ତ, ରାଜସ୍ବ, ଜଳସମ୍ପଦ, ପଞ୍ଚାୟତିରାଜ, ସାଧାରଣ ପ୍ରଶାସନ, ଅନୁସୂଚିତ ଜାତି ଓ ଜନଜାତି, ନଗର ଉନ୍ନୟନ ଭଳି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାର ୨୦୩୬ ସୁଦ୍ଧା ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖିଛନ୍ତି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens