Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୪ ଦିନ ମଧ୍ୟରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

୪ ଦିନ ମଧ୍ୟରେ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

Odisha News Lens 2 weeks ago

ଭୁବନେଶ୍ବର : ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହିଛି। ପଶ୍ଚିମରେ ମଧ୍ୟ ସର୍ବାଧିକ ତାପମାତ୍ରା କମିଛି। ଭୁବନେଶ୍ବରରେ ଦିନ ତାପମାତ୍ରା ୩୦.୨ ଡିଗ୍ରୀକୁ ଖସିଛି। କଟକରେ ୩୦.୪ ଡିଗ୍ରୀ ରେକର୍ଡ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିପାରେ।

ଅର୍ଥାତ ପଶ୍ଚିମରେ ଦିନ ତାପମାତ୍ରା ୪୦ ଡିଗ୍ରୀକୁ ଖସି ଆସିବ ଓ ଉପକୂଳରେ ୩୦ ଡିଗ୍ରୀ ପାଖାପାଖି ରହିପାରେ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହୋଇପାରେ। ବଜ୍ରପାତ ସହିତ ଘଣ୍ଟାପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିପାରେ। କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens