Dailyhunt
ଆଜି ୫ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଆଜି ୫ ଜିଲାରେ ଝଡ଼ବର୍ଷା ସମ୍ଭାବନା

Odisha News Lens 1 week ago

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ୫ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି।

ଆସନ୍ତା ୪ ତାରିଖ ଯାଏ ଏପରି ଝଡ଼ବର୍ଷା ଲାଗି ରହିବ।

ଆଜି ୩ ଜିଲା ଗଞ୍ଜାମ, ଗଜପତି, ପୁରୀକୁ ତାତି ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ନୂଆପଡ଼ା ଓ ନବରଙ୍ଗପୁରକୁ ଝଡ଼ ତୋଫାନ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ।

ଆସନ୍ତା ୨ଦିନରେ ତାପମାତ୍ରା ୪ରୁ ୫ ଡିଗ୍ରୀ ବୃଦ୍ଧି ପାଇବ। ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ପୁରୀ, ଗଞ୍ଜାମ ଏବଂ ଗଜପତି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens