Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଏହିମାନଙ୍କୁ ଆଜି ମିଳିବ  'ସୁଭଦ୍ରା' କିସ୍ତି

ଏହିମାନଙ୍କୁ ଆଜି ମିଳିବ 'ସୁଭଦ୍ରା' କିସ୍ତି

Odisha News Lens 3 weeks ago

ଭୁବନେଶ୍ବର : 'ସୁଭଦ୍ରା' ଯୋଜନା ଅଧୀନରେ ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ କିସ୍ତି ପାଇବାରୁ ବଞ୍ଚିତ ରହିଥିବା ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯିବ। ଏଥିନିମନ୍ତେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୋମବାର ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମଧ୍ୟାହ୍ନ ୧୨ଟାରେ ହିତାଧିକାରୀଙ୍କୁ ଏହି ସହାୟତା ରାଶି ପ୍ରଦାନ କରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
'ସୁଭଦ୍ରା' ଯୋଜନାରୁ ବଞ୍ଚିତ ୧,୨୩,୮୪୯ ହିତାଧିକାରୀଙ୍କୁ କିସ୍ତି ଟଙ୍କା ମିଳିବ। ବଞ୍ଚିତ ହିତାଧିକାରୀଙ୍କ ସହ ନୂଆ ଭାବେ ଯୋଡ଼ି ହୋଇଥିବା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଥିଲା ଚତୁର୍ଥ କିସ୍ତି। ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏଁ ଟଙ୍କା ଯାଇଥିଲା।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens