Dailyhunt
ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ

ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ

Odisha News Lens 1 week ago

ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରେକର୍ଡ ହୋଇଥିବା ସୂଚନା।

ଶୁକ୍ରବାର ରାତି ପ୍ରାୟ ୯.୫୦ରେ ଉତ୍ତର ଭାରତରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି।

ଭୁକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନରେ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ଉତ୍ତର ଭାରତର ଦିଲ୍ଲୀ-ଏନସିଆର ସମେତ ନୋଏଡା, ଡେରାଡୁନ, ଚଣ୍ଡିଗଡ଼, ପଞ୍ଜାବର ଲୁଧିଆନା, ଜମ୍ମୁ-କାଶ୍ମୀରର ପୁଞ୍ଚ, ଶ୍ରୀନଗର ଏବଂ ଉଧମପୁର ରେ ଭୂକମ୍ପ ଅନୁଭୂତ ହୋଇଛି। ଦିଲ୍ଲୀ ଏବଂ ନୋଏଡାରେ କାର୍ଯ୍ୟାଳୟରେ କାମ କରୁଥିବା କର୍ମଚାରୀ ଓ ଆବାସିକ ଅଞ୍ଚଳର ଲୋକେ ଭୟରେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ସୌଭାଗ୍ୟବଶତଃ ଏପର୍ଯ୍ୟନ୍ତ କୌଣସି ବଡ଼ ଧରଣର କ୍ଷୟକ୍ଷତିର ଖବର ମିଳିନାହିଁ।

Powered by Froala Editor

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odisha News Lens