ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୀ, (୨୩/୦୮) : ଆଜି ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଜଉମୁଦ ଦେଇ ବନ୍ଦ କରାଯାଇଥିବା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ସ୍ଥାନାନ୍ତର ହେବ । ଶ୍ରୀମନ୍ଦିର ରତ୍ନଭଣ୍ଡାରରୁ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମକୁ ସ୍ଥାନାନ୍ତର ହେବ ଖାଲି ସିନ୍ଦୁକ ଓ ଆଲମିରା । ଏଥିପାଇଁ ଏସଓପି ମୁତାବକ ଦିନ ଗୋଟାଏ ବେଳେ ରତ୍ନଭଣ୍ଡାର ଖୋଲିବା ପାଇଁ ସମୟ ଧାର୍ଯ୍ୟ ହୋଇଛି। ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ଜଗମୋହନରୁ ବେହରଣ ଦେଇ ପଶ୍ଚିମଦ୍ୱାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ଏକ ରୁମକୁ ସ୍ଥାନାନ୍ତର କରାଯିବ । ଏଥିପାଇଁ ଦିନ ଗୋଟାଏରୁ ସ୍ଥାନାନ୍ତର ସରିବା ଯାଏ ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ।