Dailyhunt
ବଙ୍ଗୋପସଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ବଙ୍ଗୋପସଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା

ODISHA NEWS 10 months ago

ଜଳେଶ୍ୱର, (୧୭/୦୬) : ଆପ୍ର. : ବଙ୍ଗୋପସଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।  

ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ମତ୍ସ୍ୟ ବିଭାଗ ପକ୍ଷରୁ ଡାକ ବାଜି ଯନ୍ତ୍ର ଦ୍ୱାର ସଚେତନ କରାଯାଇଛି । ଏହା ସହ ଉପକୂଳ ବାସୀ ସହ ତଳିଆ ଅଂଚଳର ଲୋକଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଫଳରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବି ମାନଙ୍କୁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS