ଭୁବନେଶ୍ୱର, (୦୪/୦୭) : ଆପ୍ର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।
ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଏବଂ ଅନୁଗୋଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ଅବଶିଷ୍ଟ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏଥିସହ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ।

