Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ODISHA NEWS 1 month ago

ଭୁବନେଶ୍ୱର, (୨୫/୦୭) : ଆପ୍ର : ସୃଷ୍ଟି ହେଲା ଲଘୁଚାପ । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । 

ଆଗାମୀ ଦୁଇ ଦିନ ଭିତରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ପ୍ରଭାବରେ ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୩ ଦିନ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

୨୬ ଓ ୨୭ ତାରିଖରେ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହିତ ସ୍ଥଳ ଭାଗରେ ପବନର ବେଗ ୬୦ କିମି ବେଗରେ ବହିବାର ସମ୍ଭାବନା ରହିଛି।

ତେଣୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS