ଭୁବନେଶ୍ୱର, (୦୪/୦୮) : ଆପ୍ର : ବନ୍ୟା କ୍ଷୟକ୍ଷତି ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୧୧୦ କୋଟି ଟଙ୍କାର ସହାୟତା ପ୍ୟାକେଜ୍ । ଏହା ପ୍ରାରମ୍ଭିକ ପର୍ଯ୍ୟାୟର ସହାୟତା ପ୍ୟାକେଜ୍ ।
ତୁରନ୍ତ ଏହି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଚୂଡ଼ାନ୍ତ କ୍ଷୟକ୍ଷତି ଆକଳନ ପରେ ଆବଶ୍ୟକ ସମସ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ରାସ୍ତା, ସେତୁ ଓ କ୍ଷତିଗ୍ରସ୍ତ ଅନ୍ୟାନ୍ୟ ଭିତ୍ତିଭୂମିର ମରାମତି ପାଇଁ ଚୁଡାନ୍ତ ଆକଳନ ପରେ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବନ୍ୟା ପ୍ରଭାବିତ ଅଞ୍ଚଳର ସମସ୍ତ ଯୋଗ୍ୟ ହିତାଧିକାରୀ ଓ ପରିବାରଙ୍କୁ ଗ୍ରାଚୁଇଟସ୍ ରିଲିଫ୍ ଯୋଗାଇ ଦିଆଯିବ । ସ୍ୱାଭାବିକ ପରିସ୍ଥିତି ଫେରିବା ପର୍ଯ୍ୟନ୍ତ ଏହି ସହାୟତା ଜାରି ରହିବ।

