ଗୁଣପୁର//ଚନ୍ଦ୍ରପୁର, (୨୧/୬) : ଆପ୍ର : ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକର ଚନ୍ଦ୍ରପୁର ମଣ୍ଡଳ ପକ୍ଷରୁ ସ୍ଥାନୀୟ ପୋଲିସ ଥାନା ପାଖ ସାହି ଠାରେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୧୨ ବର୍ଷ ଏବଂ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୨ ବର୍ଷ ପୂର୍ତ୍ତି ଉପଲକ୍ଷେ "ବିକାଶର ଧାରା ଓଡ଼ିଶା ସାରା" ଆନୁକୁଲ୍ୟରେ ବରିଷ୍ଠ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ପୂର୍ବତନ ବିଧାୟକ ତଥା ବିଜେପି ବିଧାୟକ ପାର୍ଥୀ ଶ୍ରୀଯୁକ୍ତ ତ୍ରିନାଥ ଗମାଙ୍ଗଙ୍କ ଅଧ୍ୟକ୍ଷତା ରେ ହୋଇଥିବା ବରିଷ୍ଠ ନାଗରିକ କାର୍ଯ୍ୟକ୍ରମରେ ବିଧାୟକ ପାର୍ଥୀ ତ୍ରିନାଥ ଗମାଙ୍ଗ ମହୋଦୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

