Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ODISHA NEWS 1 year ago

ସୁବର୍ଣ୍ଣପୁର, (୧୭/୦୩) : ଆ.ପ୍ର. ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l 

ଜିଲ୍ଲାପାଳ ଅନ୍ୟା ଦାସ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୮ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୨ଟି ଗ୍ରହଣ କରାଯାଇଥିବା ବେଳେ ୧୬ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । 

ବିନିକା ବିଡିଓ ମଣ୍ଟୁ ଖମାରୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର, ସୋନପୁର ଉପଜିଲ୍ଲାପାଳ ସୌମ୍ୟାରୁପା ରଥ, ବିନିକା ପଞ୍ଚାୟତ ସମିତି ଅଧ୍ୟକ୍ଷା  ଦିପ୍ତୀରେଖା ନନ୍ଦ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS