ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣୁପୁର, (୨୩/୧) : ଆଜି ସରସ୍ୱତୀ ଶିଶୁବିଦ୍ୟା ମନ୍ଦିର ଗୁଣପୁରରେ ପବିତ୍ର ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଯଥାରୀତି ପାଳନ ହୋଇଯାଇଛି ।
ସରସ୍ୱତୀ ଶିଶୁବିଦ୍ୟା ମନ୍ଦିରରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ଅବସରରେ ପୂର୍ବତନ ଗୁଣପୁର ସଙ୍କୁଳ ପ୍ରମୁଖ ଶ୍ରୀ ମନୋରଂଜନ ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ସଂକୁଳ ପ୍ରମୁଖ ଶ୍ରୀ ଜଗନ୍ନାଥ ପଟ୍ଟନାୟକ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ । ଅନୁଷ୍ଠାନର ସଭାପତି ଶ୍ରୀ ବି ଗଜପତି ରାଓ ଓ ସଂପାଦକ ଶ୍ରୀ ସୋମନାଥ ଗୌଡ ଉପସ୍ଥିତ ରହି କାର୍ଯ୍ୟକ୍ରମ ତଦାରଖ କରିଥିଲେ । ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ପ୍ରଫୁଲ୍ଲ କୁମାର ଶତପଥୀ ଉଦ୍ଦେଶ୍ୟ ପ୍ରତିପାଦନ କରିଥିଲେ ।
No Internet connection |