ସୁବର୍ଣ୍ଣପୁର, (୦୩/୦୮) : ଆପ୍ର : ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ନାରାୟଣ ନାୟକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ । ସର୍ବମୋଟ ୫୨ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୧ ବ୍ୟକ୍ତିଗତ ଏବଂ ୧୦ଟି ସାମୂହିକ ଦରଖାସ୍ତ ଥିଲା ଏବଂ ୧ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା ।
ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି ।

