ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୨୯/୮) : ସୁବର୍ଣ୍ଣପୁର ଜିଲ୍ଲାରେ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଉଲୁଣ୍ଡା ବ୍ଲକ ସଭାଗୃହ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି l
ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଉଲୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ସମସ୍ୟା ସମ୍ବଳିତ ୬୯ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୭ଟି ଓ ସାମୁହିକ ଦରଖାସ୍ତ ୧୨ଟି ରହିଥିଲା l ଗ୍ରହଣ କରାଯାଇଥିବା ୬୯ଟି ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲା ର ୩୨ଟି ଅଭିଯୋଗ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୭ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଥିଲା l .
ବି ଡି ଓ ଉଲୁଣ୍ଡା ଶ୍ରୀ ହେମସାଗର ଭୋଇ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଅଶୋକ କୁମାର ଭୋଇ, ଉପ ଆରକ୍ଷୀ ଅଧିକାରୀ ଡ଼ୋଲାମଣି ଭୋଇ, ତହସିଲଦାର ବିପିନ୍ କୁମାର ପ୍ରଧାନ, ବ୍ଲକ ଉପାଧ୍ୟକ୍ଷ ଉଲୁଣ୍ଡା ସଞ୍ଜୀବ ଦେହେରୀ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l .
No Internet connection |