Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଯାଜପୁରରେ କାୟା ମେଲାଉଛି ଡାଇରିଆ, ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ

ଯାଜପୁରରେ କାୟା ମେଲାଉଛି ଡାଇରିଆ, ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ

ODISHA NEWS 1 year ago

ଯାଜପୁର, (୧୫/୦୬) : ଆପ୍ର. : ଯାଜପୁରରେ କାୟା ମେଲାଉଛି ଝାଡାବାନ୍ତି । ଆଜି ଆଉ ଦୁଇଜଣଙ୍କ ମୃତ୍ୟୁ । ମୋଟ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି । 

ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର । ୭୦୦ରୁ ଅଧିକ ଆକ୍ରାନ୍ ହୋଇଛନ୍ତି । ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଯାଜପୁର ଗସ୍ତରେ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ବିଭିନ୍ନ ସ୍ୱାସ୍ଥ୍ୟକେନ୍ଦ୍ର ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଡାଇରିଆ ସ୍ଥିତି ସମୀକ୍ଷା କରିବେ । ସେପଟେ ୧୪ ଜଣିଆ କେନ୍ଦ୍ରୀୟ ଟିମ୍ ମଧ୍ୟ ଘଟଣାସ୍ଥଳ ପରିଦର୍ଶନ କରିବେ । ଟିମରେ ICMR, NCDC, WHO ଭଳି ସଂସ୍ଥାର ସଦସ୍ୟ ଅଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ମଧ୍ୟ ପ୍ରଭାବିତ ଅଞ୍ଚଳକୁ ଯିବେ ।ଯାଜପୁରରେ ୧୧ କଲେରା କେସ୍ ଚିହ୍ନଟ ହେବା ପରେ ଅସ୍ୱାସ୍ଥ୍ୟକର ଖାଦ୍ୟ ଏବଂ ପାଣି ନପିଇବାକୁ ପରାମର୍ଶ ଦିଆଯାଇଛି ।

ସମ୍ପୃକ୍ତ ଅଂଚଳଗୁଡିକରେ ଥିବା ଜଳଉତ୍ସ ଗୁଡିକୁ ବିଶୋଧନ କରାଯିବା ସହ ଲୋକମାନଙ୍କୁ ସଚେତନ କରାଯାଉଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS