ରୋଟାରିଆନ୍ ନରେନ୍ଦ୍ର କୁମାର ମିଶ୍ରଙ୍କ ୭୯ତମ ସ୍ୱନକ୍ଷତ୍ର ଦିବସ ଭୁବନେଶ୍ୱର ,୨୦/୦୧/୨୦୨୦ (ଓଡ଼ିଶା ସମାଚାର)- ଓଡ଼ିଶା ପୂଜ୍ୟ ପ୍ରଣାମ ଟ୍ରଷ୍ଟ ପକ୍ଷରୁ ଶନିବାର ପୂର୍ବାହ୍ନରେ ବିଶିଷ୍ଟ ପ୍ରଶାସକ ତଥା ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ରୋଟାରିଆନ୍ ନରେନ୍ଦ୍ର କୁମାର ମିଶ୍ରଙ୍କ ୭୯ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ଏକ ସାଧୁସନ୍ଥ ମିଳନ ମହୋତ୍ସବ ସ୍ଥାନୀୟ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠାନର ଅଧ୍ୟକ୍ଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟକ ଭାବେ ଯୋଗଦେଇ ନିଗମ କଳ୍ପତରୁ ଆଶ୍ରମର ପ୍ରତିଷ୍ଠାତା ଅଧ୍ୟକ୍ଷ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ ମହାରାଜ କହିଲେ ଯେ ସାଧୁସନ୍ଥମାନଙ୍କ ଆଶୀର୍ବାଦରେ ସମାଜର ମଙ୍ଗଳ ହେବା ସହ ବ୍ୟକ୍ତିର କଲ୍ୟାଣ ହୋଇଥାଏ ।