ଭୁବନେଶ୍ଵର: ଚଳିତ ଖରିଫ ଋତୁରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି । ୧୮ ଲକ୍ଷ ୬୪ ହଜାର ଚାଷୀ ଧାନ ବିକ୍ରି କରି ସାରିଛନ୍ତି । ଏଯାବତ୍ ୭୭ ଲକ୍ଷ ମେଟ୍ରିକ ଟନ୍ ଧାନ କିଣା ସରିଛି । ଚାଷୀଙ୍କ ଧାନ କିଣିବାକୁ ୭ ଦିନ ଅବଧି ବୃଦ୍ଧି କରିଛନ୍ତି ସରକାର ବୋଲି ଆଜି ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ।
ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟ ସରକାର ଚାଷୀମାନଙ୍କର ସବୁ ଧାନ ଉଠାଇବେ ।

