ଭୁବନେଶ୍ୱର:ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ୱାଭାବିକ ରହିଛି । ମାତ୍ର ବିଭିନ୍ନ କାରଣ ଦର୍ଶାଇ କିଛି କଳାବଜାରୀ ଓ ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ନଜରରେ ରଖି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। କାର୍ଯ୍ୟନୁଷ୍ଠାନ ସ୍ୱରୂପ ଆଜି ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଯାକ ଜିଲ୍ଲାର ୧୯୧୫ଟି ସ୍ଥାନରେ ଯାଞ୍ଚ କରାଯାଇଛି ।

