ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ଗଜପତି ଜିଲ୍ଲାରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ୨୫ ଓ ୨୬ ତାରିଖରେ କେହି ଛୁଟିରେ ରହିପାରିବେନି ବୋଲି ଗଜପତି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜରୁରୀ ପରିସ୍ଥିତିର ସାମ୍ନା ପାଇଁ ଅଫିସରମାନେ ହେଡକ୍ୱାଟର୍ସରେ ରହିବେ । ବିନା ଅନୁମତିରେ କେହି ହେଡକ୍ୱାଟର୍ସ ଛାଡ଼ିବେ ନାହିଁ ।
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାବାସୀଙ୍କୁ ପରାମର୍ଶ । ବାତ୍ୟାକୁ ନେଇ ସମସ୍ତେ ସତର୍କ ଓ ସଚେତନ ରହିବାକୁ କୁହାଯାଇଛି ।

