ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ସାମ୍ନାକୁ ଆସିଛି । ଜାଲିଆତି କରି ବିଭାଗରୁ ପ୍ରାୟ ୩କୋଟି ୬୭ ଲକ୍ଷ ଟଙ୍କା ହରିଲୁଟ୍ ହୋଇଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ସମ୍ବଲପୁର ପୋଲିସ ।
ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଅବକାରୀ କାର୍ଯ୍ୟାଳୟର ନିଲମ୍ବିତ ଜୁନିଅର ଆସିଷ୍ଟାଣ୍ଟ ସନ୍ଦୀପ କୁମାର ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଏଏସଆଇ ଶରତ ଚନ୍ଦ୍ର ବେହେରା ।

