ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଓଏଏସ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ କମଳ ଲୋଚନ ମିଶ୍ରଙ୍କୁ ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ରିଲିଫ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ସେହିପରି ବାଲେଶ୍ୱର ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ, ଦେବାଶୀଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ୱେରେଜ ବୋର୍ଡର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି।