ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୧/୦୨) : ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ। ତେବେ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ । ରାଜ୍ୟର ୩୧୩୩ ଟି ସେଣ୍ଟରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।
ଆଜି ପ୍ରଥମ ଦିନରେ ଛାତ୍ରଛାତ୍ରୀ ପ୍ରଥମ ଭାଷା ପରୀକ୍ଷା ଦେବେ। ତେବେ ସକାଳ ୯ ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଏଥିପାଇଁ ପରୀକ୍ଷାର୍ଥୀମାନଙ୍କୁ ସକାଳ ସାଢ଼େ ୭ ଟାରୁ ପରୀକ୍ଷା କେନ୍ଦ୍ରରେ ପ୍ରଵେଶ କରିବା ପାଇଁ ନିର୍ଦେଶ ଦିଆଯାଇଛି । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି। ବୋର୍ଡ ପକ୍ଷରୁ ୪୨ ଟି ସ୍କ୍ୱାଡ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୯୦ ଟି ସ୍କ୍ୱାଡ ନିୟୋଜିତ ହୋଇଛନ୍ତି । .
ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ୩୦ ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ରହିଛି ।

