ଭୁବନେଶ୍ୱର, (୧୬/୦୬) : ଆପ୍ର. : ଅସହ୍ୟ ତାତି ଓ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିବ । ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।
ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆସନ୍ତାକାଲି ପାଇଁ ୬ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ବରକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପ୍ରଭାବରେ ମୌସୁମୀ ବାୟୁ ସକ୍ରିୟ ହେବ ।
ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

