ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ // ପୁରୀ, (୦୪/୦୨) : ଆସନ୍ତାକାଲି ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି ।