
ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାଉରକେଲା, (୨୦/୧୨) : କାର୍କୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଗଲା ସ୍କୁଲ ବସ୍ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଗଲେ ୫୦ ଛାତ୍ରଛାତ୍ରୀ ।
ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ହାଉସ୍ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଆଜି ସକାଳେ ବସ୍ଟି ୫୦ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଯାଉଥିଲା । ହାଉସ୍ ଛକ ନିକଟରେ ବସ୍ଟି ଏକ କାରକୁ ଧକ୍କା ଦେଇ ଭାରସାମ୍ୟ ହରାଇ ଡିଭାଇଡରରେ ଚଢ଼ିଯାଇଥିଲା । ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇନାହିଁ । ଦୁର୍ଘଟଣାରେ ଗାଡ଼ିର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।