Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କେନ୍ଦ୍ରାପଡ଼ା ;  ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କ ସହ ଦୁଷ୍କର୍ମ ଅଭିଯୋଗ

କେନ୍ଦ୍ରାପଡ଼ା ;  ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କ ସହ ଦୁଷ୍କର୍ମ ଅଭିଯୋଗ

ODISHA NEWS 1 year ago

କେନ୍ଦ୍ରାପଡ଼ା, (୨୦/୦୬) : ଆପ୍ର. : ରାତି ଅଧରେ ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କ ସହ ଦୁଷ୍କର୍ମ ଅଭିଯୋଗ । କେନ୍ଦ୍ରାପଡ଼ା ସଦର୍ ଥାନା ଅନ୍ତର୍ଗତ ମୁଣ୍ଡାଳ ଗାଁରେ ଘଟିଛି ଏହି ଅଘଟଣ ।  

ଦୁଷ୍କର୍ମର ଶିକାର ହୋଇଥିବା ମହିଳା ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଅଭିଯୋଗ ଅନୁଯାୟୀ ସ୍ଥାନୀୟ ଏକ ସ୍ୱାସ୍ଥ୍ୟକେନ୍ଦ୍ରରେ ପୀଡିତା ମହିଳା ଯୋଗଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରନ୍ତି । ବୁଧବାର ରାତି ପ୍ରାୟ  ଗୋଟାଏ ବେଳେ ମୁଣ୍ଡାଳ ଗାଁରେ ଥିବା ତାଙ୍କ ଭଡ଼ାଘର କବାଟ ଭାଙ୍ଗି ଜଣେ ଯୁବକ ଘର ଭିତରକୁ ପଶି ଥିଲେ । ହଠାତ୍ ଶିକ୍ଷୟତ୍ରୀଙ୍କ ନିଦ ଭାଙ୍ଗି ଯାଇଥିଲା । ଯୁବକ ଜଣଙ୍କ ମୁହଁରେ କଳା କପଡା ବାନ୍ଧିଥିବା ବେଳେ ହାତରେ ଏକ ଧାରୁଆ ଅସ୍ତ୍ର ଧରିଥିବା ମହିଳା ଦେଖିବାକୁ ପାଇଥିଲେ ।

ଯୁବକ ଜଣଙ୍କ ମହିଳାଙ୍କୁ କାବୁ କରିନେଇ ତାଙ୍କ ସହିତ ଦୁଷ୍କର୍ମ କରିଥିବା ମହିଳା ଅଭିଯୋଗ କରିଛନ୍ତି ।

ପାଟି କଲେ ଜୀବନରେ ମାରିଦେବା ପାଇଁ ଯୁବକ ମହିଳାଙ୍କୁ ଧମକ ଦେବା ସହ ଶରୀରର ବିଭିନ୍ନ ସ୍ଥାନରେ ଆଘାତ କରିଥିଲେ । ପୀଡିତା ମହିଳା ବଳପ୍ରୟୋଗ କରି ଯୁବକଙ୍କ ମୁହଁରୁ କପଡା ଟାଣି ଦେବାପରେ ସେ ସ୍ଥାନୀୟ ମୁଣ୍ଡାଳ ଗାଁର ବାପି ମଲିକ ବୋଲି ଜାଣିବାକୁ ପାଇଥିଲେ । ପୀଡିତା ଶିକ୍ଷୟତ୍ରୀ ଜଣଙ୍କ ଚିତ୍କାର କରିବାରୁ ଅଭିଯୁକ୍ତ ଯୁବକ ଦୌଡ଼ି ପଳାଇଥିଲେ । ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବାକୁ ସେ ପୀଡିତାଙ୍କୁ ଧମକ ଦେଇଥିବା ଅଭିଯୋଗ ହୋଇଛି । ଏନେଇ ପୀଡ଼ିତାଙ୍କ ପକ୍ଷରୁ ସ୍ଥାନୀୟ ଥାନାରେ ଏତଲା ଦିଆଯାଇଛି । ପୀଡିତା ବର୍ତ୍ତମାନ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି ।

 

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS