ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍ ଉପରେ ଆଲୋଚନା ପାଇଁ ରାଜ୍ୟ ସରକାର ଅଧିବେଶନ ଡାକିଥିବା ବେଳେ, ରାଜ୍ୟରେ ମହିଳାଙ୍କ ସ୍ଥିତି ଏବଂ ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ (Delimitation) ବିଲ୍କୁ ନେଇ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି।






