Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ONA Khabar 2 weeks ago

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ସହ କରିବେ ଆଲୋଚନା । ଓଡ଼ିଶାର ଜଳ ସମ୍ପଦ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଆଜି ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦିଲ୍ଲୀରେ ସେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର୍. ପାଟିଲଙ୍କ ସହ ଆଲୋଚନା କରିବାର ସୂଚନା ମିଳିଛି ।

ବିଶେଷକରି ଦୀର୍ଘଦିନ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦର ସମାଧାନ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି ।ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବଣ୍ଟନକୁ ନେଇ ଦୀର୍ଘଦିନ ଧରି ବିବାଦ ଲାଗିରହିଛି । ଏହି ପ୍ରସଙ୍ଗରେ ଉଭୟ ରାଜ୍ୟ ମଧ୍ୟରେ ଆଲୋଚନା ମାଧ୍ୟମରେ ସମାଧାନର ବାଟ ଖୋଜିବା ନେଇ କେନ୍ଦ୍ର ସରକାର ମଧ୍ୟ ଉଦ୍ୟମ କରୁଛନ୍ତି । ପୂର୍ବରୁ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଓ ଛତିଶଗଡ଼ର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଆଲୋଚନା ହୋଇଥିଲା ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ONA Khabar