Monday, 21 Oct, 2.43 pm ONA Khabar

ଓଡ଼ିଶା
ଦୀପାବଳିରେ ରଙ୍ଗୋଲି ପକାଉଛନ୍ତି କି ତେବେ ଏହି ସବୁ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ..

ଭୁବନେଶ୍ୱର (ଓଏନଏ- ଐଶ୍ୱର୍ଯ୍ୟା ପାତ୍ର) : ଆଲୋକର ପର୍ବ ଦୀପାବଳି । ଏହି ଦିନ ବଡବଡୁଆ ଡାକିବା ସହ ଘରେ ବିଭିନ୍ନ ପ୍ରକାର ପିଠା ମିଠା ଆଦି କରିଥାଆନ୍ତି । ବାଣ ଫୁଟାଇଥାଆନ୍ତି ଏବଂ ମା' ଲକ୍ଷ୍ମୀଙ୍କୁ ସ୍ୱାଗତ କରିବା ପାଇଁ ଘରର ମୁଖ୍ୟ ଦ୍ୱାର ମୁହଁରେ ରଙ୍ଗୀନ ତୋରଣ, ଝୋଟି ଓ ରଙ୍ଗୋଲି ରେ ମଧ୍ୟ ସଜେଇଥାଆନ୍ତି । ରଙ୍ଗୋଲିରେ ଅଟା, ଚାଉଳ ଚୂନା, ହଳଦୀ, କୁଙ୍କୁମ, ଫୁଲ, ପତ୍ର ଓ ଅନେକ ପ୍ରକାରର ରଙ୍ଗ ବ୍ୟବହାର କରାଯାଇଥାଏ । ଯଦି ବାସ୍ତୁ ଶାସ୍ତ୍ରର ପରାମର୍ଶ ଅନୁଯାୟୀ, ରଙ୍ଗ ଓ ଦିଗକୁ ଧ୍ୟାନରେ ରଖି ଏହି ରଙ୍ଗୋଲିର ଝୋଟି ପକାଯାଏ, ତା'ହେଲେ ଏହା ଅତ୍ୟନ୍ତ ଶୁଭଫଳ ପ୍ରଦାନ କରିଥାଏ । ଏହାଦ୍ୱାରା ଘର ଆଖପାଖର ନାକାରାତ୍ମକ ଶକ୍ତି ଦୂର ହେବା ସହ ସକାରାତ୍ମକ ଶକ୍ତିର ସଞ୍ଚାର ହୋଇଥାଏ । ଘର ଉପରେ ଦେବଦେବୀଙ୍କର କୃପା ଦୃଷ୍ଟି ବି ପଡ଼ିଥାଏ ।

ଆସନ୍ତୁ ଜାଣିବା ବାସ୍ତୁର ନିୟମ ଅନୁଯାୟୀ କେମିତି ରଙ୍ଗୋଲି ପକାଇବେ

-ମୁଖ୍ୟ ଦ୍ୱାରରେ ରଙ୍ଗୋଲି ତିଆରି କରିସାରିବା ପରେ ଏହାକୁ ଦୀପରେ ସଜାଇବାକୁ ଭୁଲନ୍ତୁ ନାହିଁ । ଘରର ମୁଖ୍ୟ ଦ୍ୱାରକୁ ରଙ୍ଗୀନ ଓ ଉଜ୍ଜ୍ୱଳିତ କଲେ, ମା' ଲକ୍ଷ୍ମୀ ପ୍ରସନ୍ନ ହୁଅନ୍ତି ବୋଲି ବିଶ୍ୱାସ ରହିଛି ।

- ଉତ୍ତରମୁହାଁ ହୋଇ ରହିଥିବା ଘର ପାଇଁ ଲହରୀଯୁକ୍ତ କିମ୍ବା ପାଣିର ଗୁଣ ସହ ମିଶୁଥିବା ଡିଜାଇନ ବନାଇ ରଙ୍ଗୋଲି ସଜାଇଲେ ଭଲ । ଏହାଦ୍ୱାରା ଜୀବନରେ ଉନ୍ନତି ହେବ । ଏହି ଦିଗ ପାଇଁ ହଳଦିଆ, ସବୁଜ ଓ ଆକାଶୀ ରଙ୍ଗର ପ୍ରୟୋଗ କରି ରଙ୍ଗୋଲି ପକାନ୍ତୁ । ଏହାଦ୍ୱାରା ଅତ୍ୟନ୍ତ ଶୁଭ ଫଳ ମିଳିବ ।

-ଯଦି ଆପଣଙ୍କ ଘର ପୂର୍ବମୁହାଁ ଓ ଆପଣ ମୁଖ୍ୟଦ୍ୱାରରେ ରଙ୍ଗୋଲି ପକାଇବାକୁ ଚାହୁଁଛନ୍ତି, ତା'ହେଲେ ଅଣ୍ଡାକୃତିର ରଙ୍ଗୋଲି ପକାନ୍ତୁ । ଏହା ଆପଣଙ୍କ ଜୀବନରେ ସଫଳତାର ନୂଆ ମାର୍ଗ ନେଇଆସିବ। ଏଥିସହ ଘରକୁ ସୁଖ ସମୃଦ୍ଧି ମଧ୍ୟ ଆସିବ । ପୂର୍ବ ଦଗରେ ରଙ୍ଗୋଲି ତିଆରି କରିବା ପାଇଁ ଲାଲ୍, ନାରଙ୍ଗୀ, ଗୋଲାପି ଓ ହଳଦିଆ ଆଦି ରଙ୍ଗ ବ୍ୟବହାର କରନ୍ତୁ ।

ସାଂସଦ ଅନୁଭବ- ମନଜିତ୍ ବିବାଦ ପ୍ରସଙ୍ଗ

ପ୍ରିଭେନସନ ଅଫ ଆଟ୍ରୋସିଟିସ ଆକ୍ଟ ଅନୁଯାୟୀ ଅଭିଯୁକ୍ତମାନଙ୍କୁ ଗିରଫ.

-ଯଦି ଆପଣଙ୍କ ଘର ପଶ୍ଚିମମୁଖୀ, ତା'ହେଲେ ଧଳା ଓ ସୁନେଲି ରଙ୍ଗର ଗୋଲାକୃତି ରଙ୍ଗୋଲି ତିଆରି କରନ୍ତୁ । ଏଥି ସହ ଆପଣ ଲାଲ, ହଳଦିଆ ଓ ହାଲକା ସବୁଜ ରଙ୍ଗ ମଧ୍ୟ ପ୍ରୟୋଗ କରିପାରିବେ । ଅଧିକ ଭଲ ହେବ ଯଦି ପାଞ୍ଚୋଟି କୋଣ ଥିବା ରଙ୍ଗୋଲି ତିଆରି କରିବେ ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: ONA Khabar
Top