Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ମେ' ତୃତୀୟ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ଫଳ

ମେ' ତୃତୀୟ ସପ୍ତାହରେ ଯୁକ୍ତ ୨ ପରୀକ୍ଷା ଫଳ

ONA Khabar 3 weeks ago

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ଚଳିତ ମାସ ତୃତୀୟ ସପ୍ତାହରେ ପ୍ରକାଶିତ ହେବ। ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ କହିଛନ୍ତି, ମାଟ୍ରିକ ସାର୍ଟିଫିକେଟ୍‌ ଉଭୟ ଇଂରାଜୀ ଏବଂ ଓଡ଼ିଆରେ ରହିବ।

ଓଡ଼ିଆରେ ପିଲାମାନଙ୍କର ନାମ ବନନରେ ଯେପରି କୌଣସି ତ୍ରୁଟି ରହିବ ନାହିଁ, ସେହିଭଳି ଭାବେ ଉଦ୍ୟମ କରାଯାଇଛି। ଉଲ୍ଲେଖନୀୟ ଯେ, ଯୁକ୍ତ୨ ପରୀକ୍ଷା ଗତ ଫେବ୍ରୁଆରି ୧୮ ତାରିଖରୁ ଆରମ୍ଭ ହୋଇଥିଲା ଏବଂ ଏହା ମାର୍ଚ୍ଚ ୨୫ ତାରିଖରେ ଶେଷ ହୋଇଥିଲା। ପରୀକ୍ଷା ଫଳ ପ୍ରକାଶନ ପାଇଁ ଏବେ ମଲ୍ୟାଙ୍କନ ଜାରି ରହିଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଫେବ୍ରୁଆରି ୧୯ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା। ଚଳିତ ବର୍ଷ ୫ଲକ୍ଷ ୬୧ହଜାର ୯୭୯ଜଣ ଛାତ୍ରଛାତ୍ରୀ ୩୦୮୨ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ଖାତାକୁ ୫୧ଟି କେନ୍ଦ୍ରରେ ୧୫ହଜାର ଶିକ୍ଷକ ମୂଲ୍ୟାଙ୍କନ କରିଥିଲେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ONA Khabar