Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା

ONA Khabar 2 weeks ago

ଭୁବନେଶ୍ୱର: ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ ମାନ୍ୟତା । ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍ । ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ।ଲୋକଭବନ ହେଉଛି ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟ I GBC ଗ୍ରୀନ୍ କ୍ୟାମ୍ପସ୍ ରେଟିଂ ବ୍ୟବସ୍ଥା ଅଧୀନରେ ଏହି ସାର୍ଟିଫିକେସନ୍ ମିଳିଛି।

ଲୋକଭବନ କ୍ୟାମ୍ପସ୍ ୧୦୦ରୁ ୮୮ ଅଙ୍କ ହାସଲ କରି IGBCର ସର୍ବୋଚ୍ଚ ପ୍ଲାଟିନମ୍ ବର୍ଗରେ ସ୍ଥାନ ପାଇଛି। ଏହି ମାନ୍ୟତା ସ୍ଥାୟୀ ଶାସନ ଭିତ୍ତିଭୂମି ଏବଂ ଜଳବାୟୁ ପ୍ରତିକ୍ରିୟାଶୀଳ ସାର୍ବଜନୀନ ପ୍ରତିଷ୍ଠାନ ଗଠନ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। କ୍ୟାମ୍ପସ୍ ଯୋଜନା, ଭିତ୍ତିଭୂମି ଓ ଦୈନନ୍ଦିନ କାର୍ଯ୍ୟରେ ସ୍ଥାୟୀତ୍ୱକୁ ସମନ୍ୱିତ କରିଥିବାରୁ ଲୋକଭବନକୁ ଏହି ସମ୍ମାନ ମିଳିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ONA Khabar