ବଲାଙ୍ଗୀର: ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ ଲାଠୋର ଥାନା ଅଧୀନ ଫୁଲଝର ଗ୍ରାମର ହେମନ୍ତ ଶବର(୫୫) ବୋଲି ଜଣାପଡ଼ିଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ମୃତଦେହ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ବର୍ଗଙ୍କୁ ହସ୍ତାନ୍ତର କରି ପୋଲିସ ତଦନ୍ତ କରୁଛି।

