ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ବିଭିନ୍ନ ଜିଲ୍ଲାରେ ଯୋଗାଣ ବିଭାଗ ଅଧିକାରୀ ମାନେ ଟିମ ମାନ ଗଠନ କରି ଏ ସମ୍ପର୍କିତ ଖବର ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଯାଞ୍ଚ କରୁଛନ୍ତି ।

