Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ

Photo News 1 week ago

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ପୁଣି ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ଚାକିରିରୁ ବରଖାସ୍ତ କରିଛନ୍ତି। ଶ୍ରୀ ପିଲ୍ଲା ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ସମୟରେ ତାଙ୍କର ଅନେକ ଜମିଜମା ସମ୍ପର୍କିତ ନିଷ୍ପତ୍ତିରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆସିଥିଲା।

ପରବର୍ତ୍ତୀ ସମୟରେ ସେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ। ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ଶ୍ରୀ ପିଲ୍ଲାଙ୍କ ସମସ୍ତ ବିବାଦୀୟ ନିଷ୍ପତ୍ତିର ଉଚ୍ଚସ୍ତରୀୟ ତଦନ୍ତ କରାଯାଇଥିଲା। ଏହି ତଦନ୍ତ ରିପୋର୍ଟରୁ ବିଭିନ୍ନ ପ୍ରକାରର ଆର୍ଥିକ ଓ ପ୍ରଶାସନିକ ଅନିୟମିତତା ସ୍ପଷ୍ଟ ଭାବେ ପ୍ରମାଣିତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Photo News