Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ସୂଚନା ଓ ଲୋକସମ୍ପର୍କ ବିଭାଗ ର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ସଞ୍ଜୟ କୁମାର ବିଶ୍ୱାଳ

ସୂଚନା ଓ ଲୋକସମ୍ପର୍କ ବିଭାଗ ର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ସଞ୍ଜୟ କୁମାର ବିଶ୍ୱାଳ

Photo News 1 week ago

ଭୁବନେଶ୍ୱର : ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷଠାରେ ଶ୍ରୀ ବିଶ୍ୱାଳଙ୍କୁ ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର ବେହୁରିଆ, ଯୁଗ୍ମ ଶାସନ ସଚିବ ଶ୍ରୀ କଲାମୁଦ୍ଦିନ୍‌, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା କର, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିବା ସହ ପୂର୍ବତନ ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ତାଙ୍କର ନୂତନ କାର୍ଯ୍ୟଭାର ନେଇ ଶୁଭେଚ୍ଛା ଜଣାଇଥିଲେ ।

ବିଭାଗର ଅନ୍ୟ ଅଧିକାରୀମାନେ ମଧ୍ୟ ଶ୍ରୀ ବିଶ୍ୱାଳଙ୍କୁ ସ୍ୱାଗତ ଜଣାଇଥିଲେ । ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ବିଭାଗୀୟ କାର୍ଯ୍ୟର ସୂଚାରୁ ସମ୍ପାଦନ ନିମନ୍ତେ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ସହଯୋଗ ଲୋଡ଼ିଥିଲେ ।

ସୂଚନାଯୋଗ୍ୟ ଯେ ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ପୂର୍ବରୁ ବାଣିଜ୍ୟ ଓ ପରିବହନ ବିଭାଗରେ ଅତିରିକ୍ତ ଶାସନ ସଚିବ ଭାବେ ଅବସ୍ଥାପିତ ଥିଲେ । ଓଡ଼ିଶା ରାଜ୍ୟ ପରିବହନ ନିଗମ, କ୍ରୁଟ୍‌ ସମେତ ବିଭିନ୍ନ ବିଭାଗରେ ସେ ଜଣେ ପ୍ରଶାସନିକ ଅଧିକାରୀ ଭାବେ ନିଜ ଦକ୍ଷତାର ପରିଚୟ ଦେଇଛନ୍ତି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Photo News