Dailyhunt
ଯାଜପୁରରେ ଗୁଳିକାଣ୍ଡ: ଗୁରୁତର ହୋଇଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଯାଜପୁରରେ ଗୁଳିକାଣ୍ଡ: ଗୁରୁତର ହୋଇଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

Photo News 1 week ago

ଭୁବନେଶ୍ୱର: ଯାଜପୁର ସହରର କାଳୀମେଘା ଅଞ୍ଚଳରେ ଘଟିଥିବା ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଜଣକ କୁଆଁସରପୁର ଅଞ୍ଚଳର ସୋମ୍ୟରଞ୍ଜନ ସାମଲ ବୋଲି ଜଣାପଡ଼ିଛି। ଚିକିତ୍ସାଧୀନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସୋମବାର ରାତିରେ ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟରେ ସୋମ୍ୟରଞ୍ଜନଙ୍କୁ ଲକ୍ଷ୍ୟ କରି ଗୁଳିମାଡ଼ ହୋଇଥିଲା।

ଗୁଳିମାଡ଼ ପରେ ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ପ୍ରଥମେ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା, ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତ ଗୁଳି ମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଯାଜପୁର ପୋଲିସ ସହ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ସ୍ଥିତିର ଯାଞ୍ଚ ସହ ତଦନ୍ତ ଆରମ୍ଭ କରିଛନ୍ତି। ଗୁଳିକାଣ୍ଡର ପ୍ରକୃତ କାରଣ ଏବଂ ଏହା ପଛରେ କାହାର ହାତ ରହିଛି, ସେ ନେଇ ପୋଲିସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ପୋଲିସ ବିଭିନ୍ନ ଦିଗକୁ ନେଇ ଖୋଳତାଡ଼ ଜାରି ରଖିଥିବା ବେଳେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Photo News