Sunday, 24 Jan, 8.38 am ପ୍ରମେୟ

ହୋମ
ଆଜିର ରାଶିଫଳ (୨୪/୦୧,ରବିବାର)

ମେଷ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। ବ୍ୟବସାୟ ସମ୍ପ୍ରସାରଣ କିମ୍ବା ଶାଖା ବଢ଼ାଇବାରେ ଉଦ୍ୟମ ଜାରି ରଖିବେ। କର୍ମରେ ଅତ୍ୟଧିକ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ କର୍ମଚାରୀଙ୍କ ଶ୍ରଦ୍ଧାଭାଜନ ହେବେ। ଅନ୍ୟକୁ ଦେଇଥିବା ଧନ ଫେରିପାଇବେ ଓ ପରିବାରର ଖର୍ଚ୍ଚ ଭାର ସୀମିତ ରହିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ। ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୩, ଆରାଧନା-ମା' ଚଣ୍ଡୀ।

ବୃଷ: ଶ୍ରୀଚନ୍ଦ୍ର ହେତୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ସାମାନ୍ୟ ଶାରୀରିକ ପୀଡ଼ା ଓ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଶ୍ରଦ୍ଧା ଓ ଆନ୍ତରିକତା ଭାବ ଜାଗ୍ରତ ହେବ। ସ୍ୱଜନ, ପ୍ରିୟଜନଙ୍କ ସହ ସୁସମ୍ପର୍କ ଓ ସର୍ବଜନ ଆଦୃତ ହେବେ। ସୁଖାଦ୍ୟ, ସୁବସନ ପ୍ରାପ୍ତି ଓ ପରିବାର ସହ କୌଣସି ଶୁଭକର୍ମରେ ଯୋଗଦାନ କରିବେ। ବିଦ୍ୟାର୍ଥୀ ସଫଳତା ପାଇବେ। ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ମା' କମଳା।

ମିଥୁନ: ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। କୌଣସି ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ। କର୍ମରେ ଅନାଗ୍ରହ ଓ ଆଳସ୍ୟତା ଭାବ ଦେଖାଦେବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ପରିଲକ୍ଷିତ ହେବ। ଅଯଥା ଖର୍ଚ୍ଚାନ୍ତରେ ପଡ଼ିବେ ଓ ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ। ମହିଳାମାନେ ବଦଖର୍ଚ୍ଚି ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୮, ଆରାଧନା-ମା' ଷୋଡ଼ଶୀ।

କର୍କଟ: ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ସ୍ଥିତି ମଜଭୁତ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ। କୌଣସି ଉନ୍ନତିମୂଳକ କର୍ମରେ ଧନ ବିନିଯୋଗ କରିବେ। କର୍ମରେ ସଫଳତା ଓ ସମ୍ମାନ ଲାଭ କରିବେ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବା ଅର୍ଥଲଗାଣକାରୀ ସଂସ୍ଥାରେ ଧନ ବିନିଯୋଗ କରିପାରନ୍ତି। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଧ୍ୟାନ ଅଧିକ ଦେବେ । ମହିଳାମାନେ ସଞ୍ଚୟରେ ମନ ବଳାଇବେ। ଶୁଭରଙ୍ଗ-ସିଲ୍‌ଭର, ଶୁଭସଂଖ୍ୟା-୭, ଆରାଧନା-ପ୍ରଭୁ ନାରାୟଣ।

ସିଂହ : କର୍ମ ପ୍ରତି ଧ୍ୟାନ ଅଧିକ ରହିବ। କର୍ମରେ ଏକାଗ୍ରତା ଓ ଆନ୍ତରିକତା ଭାବ ଜାଗ୍ରତ ହେବ । ସମସ୍ତ କର୍ମକୁ ସଫଳତାର ସହ ସମ୍ପାଦନ କରିବାରେ ସମୟ ସହାୟକ ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଓ ମନରେ ଉତ୍ସାହ ଉଦ୍ଦୀପନା ଭାବ ଜାଗ୍ରତ ହେବ। ପରିବାରରେ ସୁଖ, ଶାନ୍ତି ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ। ମହିଳାମାନେ କର୍ମତତ୍ପର ହେବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୩, ଆରାଧନା-ମା' ତାରିଣୀ।

କନ୍ୟା: ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସମ୍ମାନ ମିଳିବ ଓ ପଦସ୍ଥ କର୍ମଚାରୀଙ୍କ କୃପାଲାଭ କରିବେ। ଘାତବାର ହେତୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଭୋଗିପାରନ୍ତି। ଗୁରୁଜନଙ୍କ କୃପା ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଉଦ୍‌ଯୋଗ କରିବେ। ମହିଳାମାନେ ଗୁରୁଜନଙ୍କ ସେବା କରିବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୧୨, ଆରାଧନା-ମା' ଛିନ୍ନମସ୍ତା।

ତୁଳା : ଅଷ୍ଟମ ଚନ୍ଦ୍ର ହେତୁ ମାନସିକ ଅସ୍ଥିରତା, ପରିବାରରେ ଅଶାନ୍ତି ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଏବଂ ବାଧାବିଘ୍ନ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ବିଶେଷ ସଫଳତା ମିଳିବ ନାହିଁ। ପରିବାରର କୌଣସି ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଓ ବିନା କାରଣରେ ଆଜି ବହୁତ ବ୍ୟସ୍ତ ରହିବେ। ଯେଉଁମାନଙ୍କର ବିଶାଖା ତୁଳା ସେମାନେ ସତର୍କ ରହିବେ। ବିଦ୍ୟାର୍ଥୀ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଉଦର ଯନ୍ତ୍ରଣା ଭୋଗିବେ। ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା- ମା' ଗାୟତ୍ରୀ ।

ବିଛା : ଘାତଚନ୍ଦ୍ର ହେତୁ ବାଦବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର କଲାବେଳେ ସତର୍କ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। କର୍ମରେ ବିଫଳତା ଓ ମହିଳା ସହକର୍ମୀଙ୍କ ସହ ମତାନ୍ତର କିମ୍ବା ଅପମାନ ପାଇପାରନ୍ତି। ପରିବାରରେ ଅଶାନ୍ତି ଓ ଦାମ୍ପତ୍ୟ ଜୀବନରେ ଝଡ଼ ଉଠିପାରେ। ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ। ବିଦ୍ୟାର୍ଥୀ କର୍ମଠାରୁ ଦୂରେଇଯିବେ। ମହିଳାମାନେ ଶାରୀରିକ ପୀଡ଼ା ଭୋଗିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୩, ଆରାଧନା- ମା' ବଗଳାମୁଖୀ।

ଧନୁ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ବ୍ୟବସାୟରେ ଉନ୍ନତି କରିବା ପାଇଁ ଯଥାରୀତି ଉଦ୍ୟମ କରିବେ। କର୍ମରେ ସଫଳତା ଓ ଅତି କଷ୍ଟସାଧ୍ୟ କାମ ସମ୍ପାଦନ କରିବାରେ ସମୟ ଆପଣଙ୍କ ସପକ୍ଷରେ ରହିବ। ନିଜର ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ। ରୋଗ, ଋଣ, ଶତ୍ରୁ- ଏ ତିନୋଟିରୁ ମୁକ୍ତି ମିଳିବ ଓ ପରିବାରରେ ହସଖୁସିର ପରିବେଶ ରହିବ। ବିଦ୍ୟାର୍ଥୀ ଉଚ୍ଚମନା ହେବେ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ରୁଚି ରଖିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୯, ଆରାଧନା-ମା' ତାରିଣୀ।

ମକର: ମାନସିକ, ପାରିବାରିକ ଶାନ୍ତି, ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। କର୍ମରେ ସମସ୍ତଙ୍କର ଶ୍ରଦ୍ଧାଲାଭ କରିବେ। ସନ୍ତାନମାନେ ଆଜ୍ଞାଧୀନ ହେବେ ଓ ପିତାମାତାଙ୍କ କୃପାଲାଭ କରିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ସନ୍ତାନବତ୍ସଳା ହେବେ। ଶୁଭରଙ୍ଗ-ଧୂସର, ଶୁଭସଂଖ୍ୟା-୩, ଆରାଧନା-ମା' ବିମଳା।

କୁମ୍ଭ: ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ଅପ୍ରିୟତା ଏବଂ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ହେବ ଓ ପରିବହନରେ କ୍ଷତି ହେବ। କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ବିବାଦ ହୋଇପାରେ। ମୂଲ୍ୟବାନ ପଦାର୍ଥ ନଷ୍ଟ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି। ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସତର୍କ ରହିବେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଆଳସ୍ୟତା କରିବେ । ମହିଳାମାନେ ପରିବାରରେ ବିବାଦର କାରଣ ହେବେ। ଶୁଭରଙ୍ଗ-ମାଟିଆ, ଶୁଭସଂଖ୍ୟା-୬, ଆରାଧନା- ମା' ଚଣ୍ଡୀ।

ମୀନ: ମାନସିକ, ପାରିବାରିକ ଶାନ୍ତି, ଉତ୍ତମ ସ୍ୱାସ୍ଥ୍ୟ, ଆଖିଦୃଶିଆ ଆୟ ଆଜି ଆପଣଙ୍କର ମିଳିବାର ଯୋଗ ରହିଛି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ। ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁ୍‌କ୍ତି ମିଳିପାରେ। ଭାଇ, ଭଉଣୀଙ୍କ ସହ ସମ୍ପର୍କ ମଧୁର ହେବ ଓ ସେମାନଙ୍କ ସହଯୋଗ ମିଳିବ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ। ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୯, ଆରାଧନା- ପ୍ରଭୁ ଶ୍ରୀଜଗନ୍ନାଥ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Prameya Odia
Top