Dailyhunt
ଆଜିଠୁ ବଢ଼ିବ କାଳବୈଶାଖୀ ବର୍ଷା, ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪୦ରୁ ୫୦ କିମି ବେଗରେ ବହିବ ପବନ

ଆଜିଠୁ ବଢ଼ିବ କାଳବୈଶାଖୀ ବର୍ଷା, ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୦୫/୦୪: ରବିବାରଠାରୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ବଢ଼ିପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ୪୦ରୁ ୫୦ କିମି ବେଗରେ ପବନ ବହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୁଆପଥର ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । ସେହିଭଳି ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।

ଝାରସୁଗୁଡ଼ା, ତାଳଚେର, ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ତାଳଚେରରେ ସର୍ବାଧିକ ୪୦.୨ ଡିଗ୍ରୀ ରେକର୍ଡ ହୋଇଛି । ଶନିବାର ଚାନ୍ଦବାଲି ଓ ଭଦ୍ରକର କିଛି ସ୍ଥାନରେ ବର୍ଷା ହୋଇଥିଲା । ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ସାଙ୍ଗକୁ ତାତି ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Prameya Odia