ମେଷ : ଏକାଦଶ ଚନ୍ଦ୍ର ଯୋଗୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର ସିଂହ ଭାଭ କୌଣସି ଆର୍ଥିକ ସଂସ୍ଥାରେ ନିବେଶ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ ।
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୬, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଶତଭିଷା ନକ୍ଷତ୍ର,ଶୁକ୍ରବାର, ପୂର୍ଣ୍ଣିମା ତିଥି ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଇପ୍ସିତ ପଦାର୍ଥ ହାତ ପାହାନ୍ତାରେ ଉପଲବ୍ଧ ହେବ । କର୍ମପ୍ରତି ଅଧିକ ବିଶ୍ୱାସ ଓ ଗୁରୁତ୍ୱ ବହନ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଧ୍ୟାନ ଦେବେ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍ କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ କରିବେ,ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ସିଲ୍ଭର, ରଙ୍ଗ : ହଳଦିଆ, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଘାତଚନ୍ଦ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସତର୍କ ହେବେ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୫, ଆରାଧନା : ମା' ତ୍ରିପୁର ସୁନ୍ଦରୀ ।
କର୍କଟ : ଅଷ୍ଟମ ଚନ୍ଦ୍ର, ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।
ସିଂହ : ସପ୍ତମ ଚନ୍ଦ୍ର, ଶତଭିଷା ନକ୍ଷତ୍ର ଓ ଶୁକ୍ରବାର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଷଷ୍ଠ ଚନ୍ଦ୍ର, ଶୁକ୍ରବାର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ମା' ଷୋଡ଼ଶୀ ।
ତୁଳା : ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଓ ସକାଳ ୯ଟା ୪୮ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ମିଳିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ତାଙ୍କ ଶିକ୍ଷା, ଦୀକ୍ଷା ଓ କର୍ମରେ ବାଧାବିଘ୍ନ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ପରିଶ୍ରମ ତୁଳନାରେ ସଫଳତା ମିଳିବ ନାହିଁ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା' କାଳୀ ।
ବିଛା: ଚତୁଥ୍ର ଚନ୍ଦ୍ର, ଘାତବାର ଏବଂ ସକାଳ ୯ଟା ୪୮ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ବହୁ ଘାତପ୍ରତିଘାତ ଦେଇ ଗତି କରିବେ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ସ୍ୱଜନ, ପରିଜନଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ବିଶାଖା ଓ ଅନୁରାଧା ବିଛା,ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା' ବଗଳାମୁଖୀ
ଧନୁ : ତୃତୀୟ ଚନ୍ଦ୍ର ଓ ଘାତବାର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ସ୍ୱଜନ, ପରିଜନ, ଭାଇଭଉଣୀଙ୍କ ସାହାଯ୍ୟ,ସହଯୋଗ ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ,ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା' ଧୂମାବତୀ ।
ମକର : ଦ୍ୱିତୀୟ ଚନ୍ଦ୍ର ଓ ସକାଳ ୯ଟା ୪୮ ମିନିଟ୍ ପରେ କୃଷ୍ଣପକ୍ଷ ଭୋଗ ହେଉଥିବାରୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମବ ଦେଖାଦେବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା' କାଳୀ ।
କୁମ୍ଭ : ଶ୍ରୀଚନ୍ଦ୍ର, ଶୁକ୍ରବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଗୁରୁଜନଙ୍କ ପ୍ରତି ସମ୍ମାନ, ଲଗୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଦା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାତ୍ର କୁମ୍ଭ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା' ବିମଳା ।
ମୀନ: ଘାତଚନ୍ଦ୍ର, ଘାତବାର ଯୋଗୁ ଅପମାନ,ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ ଓ ବଦ୍ଖର୍ଚ୍ଚର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବେ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ରେବତୀ ମୀନ,ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩

