Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଏସସି,ଏସଟି ଛାତ୍ରଛାତ୍ରୀଙ୍କୁ ଆଶ୍ୱସ୍ତି, ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ ବେଳେ ଦେବାକୁ ପଡ଼ିବନି ଟିଉସନ୍ ଫି

ଏସସି,ଏସଟି ଛାତ୍ରଛାତ୍ରୀଙ୍କୁ ଆଶ୍ୱସ୍ତି, ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ ବେଳେ ଦେବାକୁ ପଡ଼ିବନି ଟିଉସନ୍ ଫି

ଭୁବନେଶ୍ୱର,୩୧।୮ : ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଗରିବ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଶ୍ୱସ୍ତି ।ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଗରିବ ଛାତ୍ରଛାତ୍ରୀମାନଙ୍କୁ ଆଡମିଶନ୍ ସମୟରେ ଏବଂ ଆଡମିଶନ୍ର ୬ ମାସ ପର୍ଯ୍ୟନ୍ତ କୌଣସି ଫି ଜମା କରିବାକୁ ପଡ଼ିବ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଛାତ୍ରଛାତ୍ରୀମାନେ ସାଧାରଣତଃ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଠାରୁ ବିଭିନ୍ନ ବୃତ୍ତି ପାଇଥାନ୍ତି । ତେବେ ଏହି ବୃତ୍ତି ଅର୍ଥ ପାଇବାର ପ୍ରକ୍ରିୟା ଶେଷ ହୋଇ ଟଙ୍କା ପାଇବା ବେଳକୁ ୩-୪ ମାସ ଲାଗିଥାଏ । ତେଣୁ ବର୍ତ୍ତମାନ ଏହି ବର୍ଗର ଛାତ୍ରଛାତ୍ରୀମାନେ ସେମାନଙ୍କ ବୃତ୍ତି ଟଙ୍କା ପାଇବା ପରେ ସୁବିଧାରେ ସେମାନଙ୍କ ଆଡମିଶନ୍ ଓ ଟ୍ୟୁସନ ଫି ଜମା କରିପାରିବେ । ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ଖୁବ୍ ଶୀଘ୍ର ଏକ ମାର୍ଗଦର୍ଶୀକା ଜାରି କରାଯିବ ।

ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଙ୍ଗ୍ କଲେଜରେ ଆଡମିଶନ୍ ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନେ ଅନେକ ସମୟରେ ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି । ଏହି ବର୍ଗର ମେଧାବୀ ଛାତ୍ରଛାତ୍ରୀମାନେ ବିଭିନ୍ନ ଆହ୍ୱାନର ସମ୍ମୁଖୀନ ହେବା ସତ୍ୱେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥାନ୍ତି । କିନ୍ତୁ, ଆଡମିଶନ୍ ବେଳେ ଅର୍ଥ ଜମା କରିବା ପାଇଁ ସେମାନଙ୍କ ପାଖରେ ସମ୍ୱଳ ନଥାଏ । ଏଭଳି ଅନେକ ଖବର ନିୟମିତ ଗଣମାଧ୍ୟମରେ ପ୍ରକାଶ ପାଉଛି । ଏହି ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢନ୍ତୁ : ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ , ୬୨ ପୌରାଞ୍ଚଳ ପାଇଁ ୫୯୩ ପ୍ରକଳ୍ପର ଶୁଭାରମ୍ଭ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Prameya Odia