Sunday, 24 Jan, 10.53 am ପ୍ରମେୟ

ହୋମ
ପୁଣି ଆଖିବୁଜିଲେ ଆଉ ଜଣେ ଆକ୍ରାନ୍ତ , ମୃତକଙ୍କ ସଂଖ୍ୟା ୧୯୦୫କୁ ବୃଦ୍ଧି

ଭୁବନେଶ୍ବର ୨୩/୦୧: ଓଡ଼ିଶାରେ ପୁଣି ମୁଣ୍ଡ ନେଲା କରୋନା। ୨୪ ଘଣ୍ଟା ମଧ୍ୟରେ ୧୫୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ କରୋନା ଆକ୍ରାନ୍ତ ଜଣ ସୁନ୍ଦରଗଡ଼ ଜିଲ୍ଲାର ୭୪ ବର୍ଷୀୟା ମହିଳା ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୪ ହଜାର ୩୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧ ହଜାର ୩୮୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୦ ହଜାର ୫୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୦୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୭୫ ଲକ୍ଷ ୪୮ ହଜାର ୪୨୮ସାମ୍ପୁଲ ଟେଷ୍ଟ୍ ହୋଇଛି।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Prameya Odia
Top