Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମବାହିନୀ

ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମବାହିନୀ

ସୁବର୍ଣ୍ଣପୁର,୦୪/୦୬: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିବା ନେଇ ସ୍ଥାନୀୟ କର୍ମଚାରୀମାନେ ଦେଖିବା ପରେ ବିନିକା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ।

ତୁରନ୍ତ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି । ତେବେ ନିଆଁ କେଉଁ କାରଣରୁ ଲାଗିଲା ତାହା ସ୍ପଷ୍ଟ ହୋଇନି । ଘଟଣାର ତଦନ୍ତ ଜାରି ରହିଛି ।

ଆହୁରି ପଢନ୍ତୁ- Accident News : ବାଉଁଶ ବୋଝେଇ ଶଗଡ଼କୁ ଧକ୍କା ଦେଲା ଟ୍ରକ୍, ୨ ସାଙ୍ଗଙ୍କ ଚାଲିଗଲା ଜୀବନ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Prameya Odia