ଭୁବନେଶ୍ବର ୪।୭: ଆସନ୍ତା ୭ ତାରିଖରେ ଭୁବନେଶ୍ୱରରେ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ଷ୍ଟାଣ୍ଡିଂ କମିଟି ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ୪ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜି ଏବଂ ଗୃହ ସଚିବ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କେନ୍ଦ୍ର ସରକାରଙ୍କ ଅଧିକାରୀ ମଧ୍ୟ ବୈଠକରେ ସାମିଲ ହେବେ । ଏଥିପାଇଁ ୮୭ ଜଣ ଅଫିସରଙ୍କୁ ନିୟୋଜିତ କଲେ ରାଜ୍ୟ ସରକାର ।ଏହାସହିତ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ଓ ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ସୁଧାର ପାଇଁ ପ୍ରତି ୫ କି.ମି. ପରିଧି ମଧ୍ୟରେ ବ୍ୟାଙ୍କିଙ୍ଗ ଆଉଟଲେଟ୍ ଓ ଡ଼ାକଘର ପ୍ରତିଷ୍ଠା କରିବା ନିମନ୍ତେ ପ୍ରସ୍ତୁତ ହୋଇଥିବା ବ୍ଲୁ-ପ୍ରିଣ୍ଟ ଉପରେ ବିଚାରବିମର୍ଶ ହେବ । ରାଜ୍ୟଗୁଡ଼ିକ ମଧ୍ୟରେ ଥିବା ସୀମା ବିବାଦ ଉପରେ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡ଼ିଛି ।
